ଅନ୍ୟ ରାଜ୍ୟକୁ ରଣକୌଶଳ ଶିଖାଇବ ଓଡ଼ିଶା

Friday, 24 Jun, 3.41 pm

ରୋମ: ସାରା ବିଶ୍ୱକୁ ବାଟ ଦେଖାଇବ ଓଡ଼ିଶା । ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଅନ୍ୟ ରାଜ୍ୟ ଓ ଦେଶକୁ ରଣକୌଶଳ ଶିଖାଇବ ଓଡ଼ିଶା । ଓ୍ବାର୍ଲ୍ଡ ଫୁଡ ପ୍ରୋଗ୍ରାମ ଓ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ଅନ୍ତର୍ଜାତୀୟ ସ୍ତରରେ ପ୍ରଶିକ୍ଷଣ ଶିବିର ଆୟୋଜିତ ହେବ । ରୋମରେ ଅନୁଷ୍ଠିତ ଓ୍ବାର୍ଲ୍ଡ ଫୁଡ ପ୍ରୋଗ୍ରାମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସଫଳତାର କାହାଣୀ କହିବା ପରେ ଏହାକୁ ବିଶ୍ୱବ୍ୟାପୀ ରୋଲ ମଡେଲ କରିବାକୁ ନିଷ୍ପତ୍ତି ହୋଇଛି ।