ରୋମ: ଆଜି ସରୁଛି ରୋମ ରହଣୀ, କାଲିଠୁ ଦୁବାଇ ଯାତ୍ରା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୬ ତାରିଖରେ ଦୁବାଇରେ ପହଞ୍ଚିବେ । ୨୯ ତାରିଖରେ ମଧ୍ୟ-ପ୍ରାଚ୍ୟର ପୁଞ୍ଜିପତିମାନଙ୍କ ସହ ରାଜ୍ୟରେ ପୁଞ୍ଜିନିବେଶ ନେଇ ଆଲୋଚନା କରିବେ । ଦୁବାଇ ରାଜରାସ୍ତାରେ ମେକ୍-ଇନ୍-ଓଡ଼ିଶାର ହୋର୍ଡିଂ ବି ଲାଗିଲାଣି । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟରେ ପୁଞ୍ଜିନିବେଶ କରିଥିବା ଶିଳ୍ପପତିଙ୍କ ଏକ ଟିମ୍ ମଧ୍ୟ ବୈଠକରେ ଯୋଗ ଦେବେ ।